ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 10:31
ବାଇବେଲ ପଦ · IRV
୧ କରିନ୍ଥୀୟ 10:31
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 10
ପ୍ରସଙ୍ଗରେ
28କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
29ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ?
30ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
31ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
32ଯିହୁଦୀ ବା ଗ୍ରୀକ୍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
33ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।
ଇଂରାଜୀରେ
So whether you eat or drink or whatever you do, do it all to the glory of God.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ? ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର