Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 13:4–7

ବାଇବେଲ ପଦ · IRV

୧ କରିନ୍ଥୀୟ 13:4–7

4ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,

5ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,

6ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;

7ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 13

ପ୍ରସଙ୍ଗରେ

1ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।

2ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।

3ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।

4ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,

5ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,

6ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;

7ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।

8ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।

9କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ।

10କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।

୧ କରିନ୍ଥୀୟ 13

ଇଂରାଜୀରେ

Berean Standard Bible1 Corinthians 13:4–7Love is patient, love is kind. It does not envy, it does not boast, it is not proud. It is not rude, it is not self-seeking, it is not easily angered, it keeps no account of wrongs. Love takes no pleasure in evil, but rejoices in the truth. It bears all things, believes all things, hopes all things, endures all things.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ପିତ 4:8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
ଏଫି 4:32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ଗାଲା 5:21–22ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
ହିତୋ 10:12ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
କଲ 3:12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
ରୋମୀ 12:9ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
ପ୍ର. ପିତ 2:24ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
ପ୍ର. ଯୋହ 4:11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର