Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 15:33

ବାଇବେଲ ପଦ · IRV

୧ କରିନ୍ଥୀୟ 15:33

ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 15

ପ୍ରସଙ୍ଗରେ

30ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?

31ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।

32ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”

33ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।

34ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।

35କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?

36ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,

୧ କରିନ୍ଥୀୟ 15

ଇଂରାଜୀରେ

Berean Standard Bible1 Corinthians 15:33Do not be deceived: “Bad company corrupts good character.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 13:20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
ମାଥି 24:4ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
ପ୍ର.କରି 5:6ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?
ହିତୋ 9:6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”
ଏଫି 5:6କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
ଗାଲା 6:7ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
ଦ୍ଵି.ତୀମ 2:16–18କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ; ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।
ପ୍ର.କରି 6:9ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର