ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 3:16–17
ବାଇବେଲ ପଦ · IRV
୧ କରିନ୍ଥୀୟ 3:16–17
16ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
17ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 3
ପ୍ରସଙ୍ଗରେ
13ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।
14ଯେ ଯାହା ନିର୍ମାଣ କରିଅଛି, ତାହାର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ;
15ଯଦି କାହାରି କର୍ମ ପୋଡ଼ିଯିବ, ତାହାର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ।
16ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
17ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।
18କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।
19କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”
20ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।”
ଇଂରାଜୀରେ
Do you not know that you yourselves are God’s temple, and that God’s Spirit dwells in you? If anyone destroys God’s temple, God will destroy him; for God’s temple is holy, and you are that temple.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର