ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 6:18
ବାଇବେଲ ପଦ · IRV
୧ କରିନ୍ଥୀୟ 6:18
ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 6
ପ୍ରସଙ୍ଗରେ
15ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।
16କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”
17କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
18ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
19ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
20ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ଇଂରାଜୀରେ
Flee from sexual immorality. Every other sin a man can commit is outside his body, but he who sins sexually sins against his own body.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ; କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀକିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର