ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 6:19–20
ବାଇବେଲ ପଦ · IRV
୧ କରିନ୍ଥୀୟ 6:19–20
19ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
20ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 6
ପ୍ରସଙ୍ଗରେ
16କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”
17କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
18ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
19ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
20ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ଇଂରାଜୀରେ
Do you not know that your body is a temple of the Holy Spirit who is in you, whom you have received from God? You are not your own; you were bought at a price. Therefore glorify God with your body.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି, ସେଥିପାଇଁ ମନୁଷ୍ୟର ଦାସ ହୁଅ ନାହିଁ।ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ। କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର