Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 7:2

ବାଇବେଲ ପଦ · IRV

୧ କରିନ୍ଥୀୟ 7:2

କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 7

ପ୍ରସଙ୍ଗରେ

1ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;

2କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।

3ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ।

4ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।

5ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।

୧ କରିନ୍ଥୀୟ 7

ଇଂରାଜୀରେ

Berean Standard Bible1 Corinthians 7:2But because there is so much sexual immorality, each man should have his own wife, and each woman her own husband.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏଫି 5:28ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
ଏଫି 5:33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ପ୍ର.କରି 7:9ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।
ହିତୋ 18:22ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
ହିତୋ 5:18–19ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର। ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
ପ୍ର.କରି 6:18ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର