ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 9:24–27
ବାଇବେଲ ପଦ · IRV
୧ କରିନ୍ଥୀୟ 9:24–27
24ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
25ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
26ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।
27ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 9
ପ୍ରସଙ୍ଗରେ
21ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଈଶ୍ବରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଏବଂ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।
22ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି।
23ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।
24ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
25ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
26ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।
27ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ଇଂରାଜୀରେ
Do you not know that in a race all the runners run, but only one receives the prize? Run in such a way as to take the prize. Everyone who competes in the games trains with strict discipline. They do it for a crown that is perishable, but we do it for a crown that is imperishable. Therefore I do not run aimlessly; I do not fight like I am beating the air. No, I discipline my body and make it my slave, so that after I have preached to others, I myself will not be disqualified.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ। କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର