ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଯୋହନ 1:9
ବାଇବେଲ ପଦ · IRV
୧ ଯୋହନ 1:9
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଯୋହନ 1
ପ୍ରସଙ୍ଗରେ
6ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
7କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
8ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।
9ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
10ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।
ଇଂରାଜୀରେ
If we confess our sins, He is faithful and just to forgive us our sins and to cleanse us from all unrighteousness.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର। କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ। ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର