Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଯୋହନ 2:15–17

ବାଇବେଲ ପଦ · IRV

୧ ଯୋହନ 2:15–17

15ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;

16କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।

17ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଯୋହନ 2

ପ୍ରସଙ୍ଗରେ

12ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।

13ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।

14ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।

15ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;

16କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।

17ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।

18ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।

19ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।

20ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।

୧ ଯୋହନ 2

ଇଂରାଜୀରେ

Berean Standard Bible1 John 2:15–17Do not love the world or anything in the world. If anyone loves the world, the love of the Father is not in him. For all that is in the world—the desires of the flesh, the desires of the eyes, and the pride of life—is not from the Father but from the world. The world is passing away, along with its desires; but whoever does the will of God remains forever.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯାକୁ 4:4ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
ରୋମୀ 12:2ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ମାଥି 6:24କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
କଲ 3:1–2ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର। ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
ଲୂକ 16:13କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
ପ୍ର. ଯୋହ 5:4–5ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
ଯୋହ 15:19ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।
ରୋମୀ 13:14ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର