Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଯୋହନ 3:17

ବାଇବେଲ ପଦ · IRV

୧ ଯୋହନ 3:17

କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଯୋହନ 3

ପ୍ରସଙ୍ଗରେ

14ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।

15ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।

16ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।

17କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?

18ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।

19ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,

20ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

୧ ଯୋହନ 3

ଇଂରାଜୀରେ

Berean Standard Bible1 John 3:17If anyone with earthly possessions sees his brother in need, but withholds his compassion from him, how can the love of God abide in him?

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏବ୍ରୀ 13:16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
ଯିଶା 58:7–10କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ। ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
ପ୍ର. ଯୋହ 4:20ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
ଦ୍ବି.ବି 15:7–11ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ; ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ। “ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ। ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ। କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
ହିତୋ 19:17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
ଲୂକ 3:11ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
ଦ୍ଵି.କରି 9:5–9ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି। କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।”
ଯାକୁ 2:15ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର