Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଯୋହନ 4:1

ବାଇବେଲ ପଦ · IRV

୧ ଯୋହନ 4:1

ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଯୋହନ 4

ପ୍ରସଙ୍ଗରେ

1ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।

2ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,

3ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।

4ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।

୧ ଯୋହନ 4

ଇଂରାଜୀରେ

Berean Standard Bible1 John 4:1Beloved, do not believe every spirit, but test the spirits to see whether they are from God. For many false prophets have gone out into the world.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର.ଥେସ 5:21ବରଂ ସମସ୍ତ ବିଷୟ ପରୀକ୍ଷା କର;
ଦ୍ଵି. ପିତ 2:1କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
ପ୍ର.ତୀମ 4:1ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
ହିତୋ 14:15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
ଦ୍ଵି. ଯୋହ 1:7କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
ମାଥି 24:4–5ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ। କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
ଯିରି 29:8–9ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ। କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।
ମାଥି 7:15–16ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ! ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର