Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଯୋହନ 4:18

ବାଇବେଲ ପଦ · IRV

୧ ଯୋହନ 4:18

ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଯୋହନ 4

ପ୍ରସଙ୍ଗରେ

15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।

16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।

17ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।

18ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।

19ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।

20ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।

21ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।

୧ ଯୋହନ 4

ଇଂରାଜୀରେ

Berean Standard Bible1 John 4:18There is no fear in love, but perfect love drives out fear, because fear involves punishment. The one who fears has not been perfected in love.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ଵି.ତୀମ 1:7କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ରୋମୀ 8:15କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
ପ୍ର. ଯୋହ 4:12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
ଲୂକ 1:74–75ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।
ଏବ୍ରୀ 12:28ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
ଯାକୁ 2:19ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
ଗୀତ 119:120ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର