ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଯୋହନ 4:8
ବାଇବେଲ ପଦ · IRV
୧ ଯୋହନ 4:8
ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଯୋହନ 4
ପ୍ରସଙ୍ଗରେ
5ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।
6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
7ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
8ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
9ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
10ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ; ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର