Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 2:16

ବାଇବେଲ ପଦ · IRV

୧ ପିତର 2:16

ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 2

ପ୍ରସଙ୍ଗରେ

13ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,

14ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।

15କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;

16ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।

17ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।

18ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।

19କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।

୧ ପିତର 2

ଇଂରାଜୀରେ

Berean Standard Bible1 Peter 2:16Live in freedom, but do not use your freedom as a cover-up for evil; live as servants of God.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଗାଲା 5:13କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
ରୋମୀ 6:22କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
ପ୍ର.କରି 7:22କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ।
ରୋମୀ 6:18ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର