ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 3:15
ବାଇବେଲ ପଦ · IRV
୧ ପିତର 3:15
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 3
ପ୍ରସଙ୍ଗରେ
12କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”
13ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?
14ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
15କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
16ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
17କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।
18ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
ଇଂରାଜୀରେ
But in your hearts sanctify Christ as Lord. Always be prepared to give a defense to everyone who asks you the reason for the hope that is in you. But respond with gentleness and respect,ପୁରାତନ ନିୟମରୁ ଉଦ୍ଧୃତି
ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ, ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର; କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ। କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ। ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର