Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 3:3–4

ବାଇବେଲ ପଦ · IRV

୧ ପିତର 3:3–4

3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,

4ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 3

ପ୍ରସଙ୍ଗରେ

1ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,

2ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।

3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,

4ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

5କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।

6ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।

7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।

୧ ପିତର 3

ଇଂରାଜୀରେ

Berean Standard Bible1 Peter 3:3–4Your beauty should not come from outward adornment, such as braided hair or gold jewelry or fine clothes, but from the inner disposition of your heart, the unfading beauty of a gentle and quiet spirit, which is precious in God’s sight.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 3:12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
ପ୍ର.ତୀମ 2:9–10ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
ପ୍ର.ଶା 16:7ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”
ମାଥି 11:29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
ରୋମୀ 2:29କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।
ତୀତ 3:2କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।
ମାଥି 23:26ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।
ରୋମୀ 12:2ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର