Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 3:7

ବାଇବେଲ ପଦ · IRV

୧ ପିତର 3:7

ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 3

ପ୍ରସଙ୍ଗରେ

4ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

5କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।

6ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।

7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।

8ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;

9ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।

10ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;

୧ ପିତର 3

ଇଂରାଜୀରେ

Berean Standard Bible1 Peter 3:7Husbands, in the same way, treat your wives with consideration as a delicate vessel, and with honor as fellow heirs of the gracious gift of life, so that your prayers will not be hindered.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 3:19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
ଆଦି 2:23–24ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ଏଫି 5:25–28ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି, ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି। ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
ପ୍ର.କରି 7:3ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ।
ଏଫି 5:33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ମଲାଖି 2:14–16ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ। ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ। “କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର