ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 4:10
ବାଇବେଲ ପଦ · IRV
୧ ପିତର 4:10
ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 4
ପ୍ରସଙ୍ଗରେ
7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
10ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
12ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
13ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
ଇଂରାଜୀରେ
As good stewards of the manifold grace of God, each of you should use whatever gift he has received to serve one another.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ; କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ। ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ।ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୁଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ।ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର