ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 5:5
ବାଇବେଲ ପଦ · IRV
୧ ପିତର 5:5
ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 5
ପ୍ରସଙ୍ଗରେ
2ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
3ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
4ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
5ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
6ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
7ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
8ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ଇଂରାଜୀରେ
Young men, in the same way, submit yourselves to your elders. And all of you, clothe yourselves with humility toward one another, because, “God opposes the proud, but gives grace to the humble.”ପୁରାତନ ନିୟମରୁ ଉଦ୍ଧୃତି
ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର