ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 5:7
ବାଇବେଲ ପଦ · IRV
୧ ପିତର 5:7
ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 5
ପ୍ରସଙ୍ଗରେ
4ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
5ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
6ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
7ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
8ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
9ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
10ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି। ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।” ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର