ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ପିତର 5:8
ବାଇବେଲ ପଦ · IRV
୧ ପିତର 5:8
ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ପିତର 5
ପ୍ରସଙ୍ଗରେ
5ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
6ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
7ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
8ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
9ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
10ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
11ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍।
ଇଂରାଜୀରେ
Be sober-minded and alert. Your adversary the devil prowls around like a roaring lion, seeking someone to devour.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।ଚୋର ଆଉ ଚୋରି ନ କରୁ,ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ। ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ। ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା। ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି। କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର