ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ପ୍ରଥମ ଶାମୁୟେଲ 16:7
ବାଇବେଲ ପଦ · IRV
ପ୍ରଥମ ଶାମୁୟେଲ 16:7
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ପ୍ରଥମ ଶାମୁୟେଲ 16
ପ୍ରସଙ୍ଗରେ
4ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?”
5ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
6ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।”
7ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”
8ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, “ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।”
9ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।”
10ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”
ଇଂରାଜୀରେ
But the LORD said to Samuel, “Do not consider his appearance or height, for I have rejected him; the LORD does not see as man does. For man sees the outward appearance, but the LORD sees the heart.”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ। କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି। ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର