Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଥେସଲନୀକୀୟ 4:3–5

ବାଇବେଲ ପଦ · IRV

୧ ଥେସଲନୀକୀୟ 4:3–5

3କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,

4ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,

5ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଥେସଲନୀକୀୟ 4

ପ୍ରସଙ୍ଗରେ

1ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।

2ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।

3କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,

4ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,

5ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,

6ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।

7କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।

8ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।

୧ ଥେସଲନୀକୀୟ 4

ଇଂରାଜୀରେ

Berean Standard Bible1 Thessalonians 4:3–5For it is God’s will that you should be holy: You must abstain from sexual immorality; each of you must know how to control his own body in holiness and honor, not in lustful passion like the Gentiles who do not know God;

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ପିତ 4:2ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
ରୋମୀ 12:2ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ପ୍ର.ଥେସ 5:23ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
ଏବ୍ରୀ 13:4ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
କଲ 3:5ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
ଏଫି 5:17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
ଏଫି 5:3–5କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ; ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ। କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।
ଗାଲା 5:19ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର