ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ଥେସଲନୀକୀୟ 5:18
ବାଇବେଲ ପଦ · IRV
୧ ଥେସଲନୀକୀୟ 5:18
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ଥେସଲନୀକୀୟ 5
ପ୍ରସଙ୍ଗରେ
15ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
16ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
17ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
18କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
19ପବିତ୍ର ଆତ୍ମାଙ୍କୁ ନିର୍ବାଣ ନ କର;
20ଭାବବାଣୀ ତୁଚ୍ଛ କର ନାହିଁ;
21ବରଂ ସମସ୍ତ ବିଷୟ ପରୀକ୍ଷା କର;
ଇଂରାଜୀରେ
Give thanks in every circumstance, for this is God’s will for you in Christ Jesus.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର