Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ତୀମଥି 4:1

ବାଇବେଲ ପଦ · IRV

୧ ତୀମଥି 4:1

ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ତୀମଥି 4

ପ୍ରସଙ୍ଗରେ

1ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ

2ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;

3ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।

4କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,

୧ ତୀମଥି 4

ଇଂରାଜୀରେ

Berean Standard Bible1 Timothy 4:1Now the Spirit expressly states that in later times some will abandon the faith to follow deceitful spirits and the teachings of demons,

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ଵି. ପିତ 2:1କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
ଦ୍ଵି.କରି 11:13–15କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି। ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ। ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।
ଯିହୂ 1:18ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
ଦ୍ଵି. ପିତ 3:3ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
ଯିହୂ 1:4କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
ଦ୍ଵି.କରି 11:3କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
ଦ୍ଵି.ତୀମ 3:13କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
ପ୍ର. ଯୋହ 4:6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର