Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ତୀମଥି 4:12

ବାଇବେଲ ପଦ · IRV

୧ ତୀମଥି 4:12

ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ତୀମଥି 4

ପ୍ରସଙ୍ଗରେ

9ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;

10ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।

11ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ।

12ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।

13ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।

14ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।

15ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।

୧ ତୀମଥି 4

ଇଂରାଜୀରେ

Berean Standard Bible1 Timothy 4:12Let no one despise your youth, but set an example for the believers in speech, in conduct, in love, in faith, in purity.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ତୀତ 2:7ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
ଦ୍ଵି.ତୀମ 2:22କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
ଦ୍ଵି.ତୀମ 2:15ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
ପ୍ର. ପିତ 5:3ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
ଦ୍ଵି. ପିତ 1:5–8ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ, ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର। ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
ପ୍ର.କରି 11:1ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।
ପ୍ର.ଥେସ 1:6ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
ଦ୍ଵି.ତୀମ 2:7ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର