ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ତୀମଥି 4:8
ବାଇବେଲ ପଦ · IRV
୧ ତୀମଥି 4:8
କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ତୀମଥି 4
ପ୍ରସଙ୍ଗରେ
5ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।
6ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;
7କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,
8କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
9ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;
10ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
11ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ।
ଇଂରାଜୀରେ
For physical exercise is of limited value, but godliness is valuable in every way, holding promise for the present life and for the one to come.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?” ଏହିସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ। ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର