Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ତୀମଥି 5:8

ବାଇବେଲ ପଦ · IRV

୧ ତୀମଥି 5:8

କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ତୀମଥି 5

ପ୍ରସଙ୍ଗରେ

5ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;

6କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।

7ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ।

8କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।

9ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,

10ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।

11କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;

୧ ତୀମଥି 5

ଇଂରାଜୀରେ

Berean Standard Bible1 Timothy 5:8If anyone does not provide for his own, and especially his own household, he has denied the faith and is worse than an unbeliever.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଗାଲା 6:10ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
ଦ୍ଵି.କରି 12:14ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।
ଲୂକ 11:11–13ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ? ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
ଯିଶା 58:7କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
ତୀତ 1:16ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
ମାଥି 7:11ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର