Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ ତୀମଥି 6:10

ବାଇବେଲ ପଦ · IRV

୧ ତୀମଥି 6:10

କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ ତୀମଥି 6

ପ୍ରସଙ୍ଗରେ

7କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;

8ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।

9ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।

10କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।

11କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।

12ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।

13ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,

୧ ତୀମଥି 6

ଇଂରାଜୀରେ

Berean Standard Bible1 Timothy 6:10For the love of money is the root of all kinds of evil. By craving it, some have wandered away from the faith and pierced themselves with many sorrows.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 1:19ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।
ଗୀତ 32:10ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
ହିତୋ 1:31ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
ତୀତ 1:11ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
ଯିଶା 56:11ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
ଯିହୂ 1:11ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
ମୀଖା 3:11ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର