Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ କରିନ୍ଥୀୟ 10:5

ବାଇବେଲ ପଦ · IRV

୨ କରିନ୍ଥୀୟ 10:5

ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ କରିନ୍ଥୀୟ 10

ପ୍ରସଙ୍ଗରେ

2ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;

3କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,

4(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);

5ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,

6ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।

7ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।

8କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;

୨ କରିନ୍ଥୀୟ 10

ଇଂରାଜୀରେ

Berean Standard Bible2 Corinthians 10:5We tear down arguments and every presumption set up against the knowledge of God; and we take captive every thought to make it obedient to Christ.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏବ୍ରୀ 4:12କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
ଯିଶା 55:7ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
ପ୍ର. ପିତ 1:14–15ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
ରୋମୀ 7:23କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।
ମାଥି 15:19କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
ରୋମୀ 1:21କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
ଯିରି 4:14ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
ପ୍ର.କରି 3:19କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର