Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ କରିନ୍ଥୀୟ 11:14

ବାଇବେଲ ପଦ · IRV

୨ କରିନ୍ଥୀୟ 11:14

ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ କରିନ୍ଥୀୟ 11

ପ୍ରସଙ୍ଗରେ

11ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।

12କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।

13କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।

14ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।

15ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।

16ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ।

17ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।

୨ କରିନ୍ଥୀୟ 11

ଇଂରାଜୀରେ

Berean Standard Bible2 Corinthians 11:14And no wonder, for Satan himself masquerades as an angel of light.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଗାଲା 1:8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
ଦ୍ଵି.କରି 2:11ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।
ଦ୍ଵି.କରି 11:3କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର