Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ କରିନ୍ଥୀୟ 12:9

ବାଇବେଲ ପଦ · IRV

୨ କରିନ୍ଥୀୟ 12:9

ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ କରିନ୍ଥୀୟ 12

ପ୍ରସଙ୍ଗରେ

6ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ।

7ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।

8ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।

9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।

10ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।

11ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।

12ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।

୨ କରିନ୍ଥୀୟ 12

ଇଂରାଜୀରେ

Berean Standard Bible2 Corinthians 12:9But He said to me, “My grace is sufficient for you, for My power is perfected in weakness.” Therefore I will boast all the more gladly in my weaknesses, so that the power of Christ may rest on me.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଫିଲି 4:13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ଯିଶା 40:29–31ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି। ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଏଫି 3:16ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
ଯିହୋ 1:9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ଯିଶା 43:2ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
ପ୍ର.କରି 10:13ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
ଏବ୍ରୀ 4:16ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର