ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ କରିନ୍ଥୀୟ 5:17
ବାଇବେଲ ପଦ · IRV
୨ କରିନ୍ଥୀୟ 5:17
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ କରିନ୍ଥୀୟ 5
ପ୍ରସଙ୍ଗରେ
14କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
15ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
16ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
18କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
19ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
20ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
ଇଂରାଜୀରେ
Therefore if anyone is in Christ, he is a new creation. The old has passed away. Behold, the new has come!କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ। ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର