ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ କରିନ୍ଥୀୟ 6:14
ବାଇବେଲ ପଦ · IRV
୨ କରିନ୍ଥୀୟ 6:14
ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ କରିନ୍ଥୀୟ 6
ପ୍ରସଙ୍ଗରେ
11ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।
12ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ।
13ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।
14ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
15ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?
16ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”
17ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
ଇଂରାଜୀରେ
Do not be unequally yoked with unbelievers. For what partnership can righteousness have with wickedness? Or what fellowship does light have with darkness?କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ। ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ। ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ। ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ। ତୁମ୍ଭେ ଲୋମ ଓ ମସିନା କୌଣସି ମିଶ୍ରିତ ସୂତ୍ରନିର୍ମିତ ବସ୍ତ୍ର ପିନ୍ଧିବ ନାହିଁ।ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର