Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ କରିନ୍ଥୀୟ 9:7

ବାଇବେଲ ପଦ · IRV

୨ କରିନ୍ଥୀୟ 9:7

ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ କରିନ୍ଥୀୟ 9

ପ୍ରସଙ୍ଗରେ

4କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା।

5ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି।

6କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।

7ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।

8ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,

9ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।”

10ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;

୨ କରିନ୍ଥୀୟ 9

ଇଂରାଜୀରେ

Berean Standard Bible2 Corinthians 9:7Each one should give what he has decided in his heart to give, not out of regret or compulsion. For God loves a cheerful giver.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ଵି.କରି 8:12କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
ପ୍ରେରି 20:35ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
ପ୍ର.ବଂ 29:17ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
ଯାତ୍ରା 25:2ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
ହିତୋ 11:25ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
ଦ୍ବି.ବି 15:7–11ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ; ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ। “ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ। ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ। କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
ହିତୋ 22:9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
ପ୍ର. ପିତ 4:9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର