Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ ପିତର 3:9

ବାଇବେଲ ପଦ · IRV

୨ ପିତର 3:9

ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ ପିତର 3

ପ୍ରସଙ୍ଗରେ

6ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

7ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।

8କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।

9ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।

10ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।

11ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,

12ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।

୨ ପିତର 3

ଇଂରାଜୀରେ

Berean Standard Bible2 Peter 3:9The Lord is not slow in keeping His promise as some understand slowness, but is patient with you, not wanting anyone to perish but everyone to come to repentance.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର.ତୀମ 2:4ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
ରୋମୀ 2:4କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
ହବ 2:3କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
ଗୀତ 86:15ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
ଯିଶା 30:18ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
ପ୍ରକା 2:21ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
ଲୂକ 18:7–8ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
ପ୍ର.ତୀମ 1:16ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର