ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ ଥେସଲନୀକୀୟ 3:10
ବାଇବେଲ ପଦ · IRV
୨ ଥେସଲନୀକୀୟ 3:10
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ ଥେସଲନୀକୀୟ 3
ପ୍ରସଙ୍ଗରେ
7କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
8କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;
9ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ।
10କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।
11ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ।
12ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।
13କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଳାନ୍ତ ହୁଅ ନାହିଁ।
ଇଂରାଜୀରେ
For even while we were with you, we gave you this command: “If anyone is unwilling to work, he shall not eat.”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି। ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି। ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି। ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ, ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର