Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ ତୀମଥି 1:7

ବାଇବେଲ ପଦ · IRV

୨ ତୀମଥି 1:7

କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ ତୀମଥି 1

ପ୍ରସଙ୍ଗରେ

4ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;

5କାରଣ ଯେଉଁ ନିଷ୍କପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମାଆ ଇଉନୀକୀଙ୍କଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ନିଷ୍କପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।

6ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର।

7କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।

8ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;

9ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,

10କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;

୨ ତୀମଥି 1

ଇଂରାଜୀରେ

Berean Standard Bible2 Timothy 1:7For God has not given us a spirit of fear, but of power, love, and self-control.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ରୋମୀ 8:15କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
ପ୍ର. ଯୋହ 4:18ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
ଯୋହ 14:27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ଗାଲା 5:22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
ଲୂକ 10:19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
ପ୍ରେରି 1:8କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
ଯିଖ 4:6ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ହିତୋ 2:7ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର