ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ ତୀମଥି 2:15
ବାଇବେଲ ପଦ · IRV
୨ ତୀମଥି 2:15
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ ତୀମଥି 2
ପ୍ରସଙ୍ଗରେ
12ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
13ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।
14ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।
15ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
16କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
17ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;
18ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।
ଇଂରାଜୀରେ
Make every effort to present yourself approved to God, an unashamed workman who accurately handles the word of truth.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ। ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର। ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର। ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର