ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ ତୀମଥି 2:22
ବାଇବେଲ ପଦ · IRV
୨ ତୀମଥି 2:22
କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ ତୀମଥି 2
ପ୍ରସଙ୍ଗରେ
19ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
20ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ।
21ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।
22କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
23ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।
24ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;
25ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,
ଇଂରାଜୀରେ
Flee from youthful passions and pursue righteousness, faith, love, and peace, together with those who call on the Lord out of a pure heart.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ; ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର