ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ ତୀମଥି 3:16
ବାଇବେଲ ପଦ · IRV
୨ ତୀମଥି 3:16
ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ ତୀମଥି 3
ପ୍ରସଙ୍ଗରେ
13କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
14କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;
15ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
16ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
17ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
ଇଂରାଜୀରେ
All Scripture is God-breathed and is useful for instruction, for conviction, for correction, and for training in righteousness,କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ। ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ, କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର