ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୨ ତୀମଥି 4:3
ବାଇବେଲ ପଦ · IRV
୨ ତୀମଥି 4:3
କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୨ ତୀମଥି 4
ପ୍ରସଙ୍ଗରେ
1ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
2ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
3କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
4ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
5କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
6କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
ଇଂରାଜୀରେ
For the time will come when men will not tolerate sound doctrine, but with itching ears they will gather around themselves teachers to suit their own desires.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ। ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ; ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ। କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ। କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ। କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ। ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’ ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର