ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୩ ଯୋହନ 1:2
ବାଇବେଲ ପଦ · IRV
୩ ଯୋହନ 1:2
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୩ ଯୋହନ 1
ପ୍ରସଙ୍ଗରେ
1ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।
2ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
3କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।
4ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।
5ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।
ଇଂରାଜୀରେ
Beloved, I pray that in every way you may prosper and enjoy good health, as your soul also prospers.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍।କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ। ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ। ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି। କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ; ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା] ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ। ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦିଆଯାଇଥିବା ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ। କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର