Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ପ୍ରେରିତ 20:28

ବାଇବେଲ ପଦ · IRV

ପ୍ରେରିତ 20:28

ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ପ୍ରେରିତ 20

ପ୍ରସଙ୍ଗରେ

25ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।

26ଏହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ନିର୍ଦ୍ଦୋଷ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।

27ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।

28ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।

29ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,

30ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।

31ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।

ପ୍ରେରିତ 20

ଇଂରାଜୀରେ

Berean Standard BibleActs 20:28Keep watch over yourselves and the entire flock of which the Holy Spirit has made you overseers. Be shepherds of the church of God, which He purchased with His own blood.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ପିତ 5:2–3ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର; ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
ପ୍ର.ତୀମ 4:16ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
ପ୍ର. ପିତ 1:18–19ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
ଯିଶା 40:11ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
ପ୍ର.ତୀମ 3:2ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
ପ୍ରେରି 13:2ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
ଯିରି 3:15ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।
ପ୍ର.କରି 10:32ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର