ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ପ୍ରେରିତ 20:35
ବାଇବେଲ ପଦ · IRV
ପ୍ରେରିତ 20:35
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ପ୍ରେରିତ 20
ପ୍ରସଙ୍ଗରେ
32ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
33ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
34ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।
35ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
36ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
37ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
38ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।
ଇଂରାଜୀରେ
In everything, I showed you that by this kind of hard work we must help the weak, remembering the words of the Lord Jesus Himself: ‘It is more blessed to give than to receive.’”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ। କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ। ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ; ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ। ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର