ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 2:8
ବାଇବେଲ ପଦ · IRV
କଲସୀୟ 2:8
ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
ପ୍ରସଙ୍ଗରେ
5କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
6ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
7ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
8ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
9କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
10ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
11ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
ଇଂରାଜୀରେ
See to it that no one takes you captive through philosophy and empty deception, which are based on human tradition and the spiritual forces of the world rather than on Christ.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ। କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା; ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର