ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 3:13
ବାଇବେଲ ପଦ · IRV
କଲସୀୟ 3:13
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ପ୍ରସଙ୍ଗରେ
10ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
11ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ଇଂରାଜୀରେ
Bear with one another and forgive any complaint you may have against someone else. Forgive as the Lord forgave you.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ। ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ।ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି। ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।” “ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର