ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 3:16
ବାଇବେଲ ପଦ · IRV
କଲସୀୟ 3:16
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ପ୍ରସଙ୍ଗରେ
13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।
19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
ଇଂରାଜୀରେ
Let the word of Christ richly dwell within you as you teach and admonish one another with all wisdom, and as you sing psalms, hymns, and spiritual songs with gratitude in your hearts to God.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ। ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ। ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର