Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 3:17

ବାଇବେଲ ପଦ · IRV

କଲସୀୟ 3:17

ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: କଲସୀୟ 3

ପ୍ରସଙ୍ଗରେ

14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।

15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।

16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।

17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।

18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।

19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।

20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

କଲସୀୟ 3

ଇଂରାଜୀରେ

Berean Standard BibleColossians 3:17And whatever you do, in word or deed, do it all in the name of the Lord Jesus, giving thanks to God the Father through Him.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର.କରି 10:31ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
କଲ 3:23ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;
ହିତୋ 3:6ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
ଏଫି 5:20ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ପ୍ର.ଥେସ 5:18କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ପ୍ର. ପିତ 4:11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।
ପ୍ର. ପିତ 2:5ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
ଏବ୍ରୀ 13:15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର